Biblia Todo Logo
Bib sou entènèt

- Piblisite -




ଯିଶାଇୟ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।

Gade chapit la Kopi

ଓଡିଆ ବାଇବେଲ

7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।

Gade chapit la Kopi

ପବିତ୍ର ବାଇବଲ

7 ତାଙ୍କ ରାଜ୍ୟରେ କର୍ତ୍ତୃତ୍ୱ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସେହି ରାଜା ନ୍ୟାୟ ଓ ଧାର୍ମିକତା ବଳରେ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଶାସନ କରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କର ତାଙ୍କ ଲୋକମାନଙ୍କ ପାଇଁ ଅନନ୍ତ ପ୍ରେମ ରହିଛି ଏବଂ ଏହି ପ୍ରେମ ଯୋଗୁଁ ସେ ଏଗୁଡ଼ିକ କରିବେ।

Gade chapit la Kopi




ଯିଶାଇୟ 9:7
34 Referans Kwoze  

ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”


ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’


ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍‍ଯୋଗ ଏହା ସିଦ୍ଧ କରିବ।


ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।


ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।


କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।


ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?


କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।


ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।


ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”


Swiv nou:

Piblisite


Piblisite