Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ଵରୁ, ଅର୍ଥାତ୍, ଜ୍ୟୋତିର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସମସ୍ତ ଉତ୍ତମ ଦାନ ଓ ସର୍ବୋତ୍କୃଷ୍ଟ ଉପହାର ସ୍ୱର୍ଗସ୍ଥ ପିତାଙ୍କଠାରୁ ଆସିଥାଏ। ସେ ସମଗ୍ର ଜ୍ୟୋତିର୍ମଣ୍ଡଳର ସ୍ରଷ୍ଟା। ସେ ପରିବର୍ତ୍ତନଶୀଳ ନୁହନ୍ତିଁ; ଛାୟାପାତ କରି କେବେ ଲେଶମାତ୍ର ଅନ୍ଧକାର ସୃଷ୍ଟି କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 1:17
62 Referans Kwoze  

ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!


ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”


କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?


ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।


ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।”


ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”


ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;


ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।


ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’


କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।


ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।


ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।


ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।


ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


Swiv nou:

Piblisite


Piblisite