Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।

Gade chapit la Kopi

ଓଡିଆ ବାଇବେଲ

21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଅତଏବ ସବୁ ପ୍ରକାର କୁଅଭ୍ୟାସ ଓ ଅସତ୍ ଆଚରଣ ପରିହାର କର। ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର ଏବଂ ତୁମ ହୃଦୟରେ ସେ ଯେଉଁ ବାକ୍ୟ ରୋପଣ କରିଛନ୍ତି ଏବଂ ଯାହା ତୁମକୁ ରକ୍ଷା କରିବାକୁ ସମର୍ଥ, ତାହା ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ

21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।

Gade chapit la Kopi




ଯାକୁବଙ୍କ ପତ୍ର 1:21
37 Referans Kwoze  

ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।


ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।


ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,


କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।


ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।


ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରିଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।


ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।


ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


Swiv nou:

Piblisite


Piblisite