Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ।

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 କାରଣ ତୁମେ ଜାଣ, ଏ ପ୍ରକାର କ୍ଳେଶର ସମ୍ମୁଖୀନ ହେବା ବେଳେ ବିଶ୍ବାସ ଅଟଳ ରହିଲେ, ସହିବା ଶକ୍ତି ବୃଦ୍ଧି ପାଏ।

Gade chapit la Kopi

ପବିତ୍ର ବାଇବଲ

3 କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ।

Gade chapit la Kopi




ଯାକୁବଙ୍କ ପତ୍ର 1:3
15 Referans Kwoze  

ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା,


କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।


ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”


ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।


Swiv nou:

Piblisite


Piblisite