Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ଵନୀ କରେକ।

Gade chapit la Kopi

ଓଡିଆ ବାଇବେଲ

13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କାରଣ ଯେ ଅନ୍ୟକୁ ଦୟା କରେ ନାହିଁ, ଈଶ୍ୱର ତାକୁ ଦୟା କରିବେ ନାହିଁ। ନ୍ୟାୟ ବିଚାର ଉପରେ ଦୟାର ହିଁ ବିଜୟ ହୁଏ।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।

Gade chapit la Kopi




ଯାକୁବଙ୍କ ପତ୍ର 2:13
26 Referans Kwoze  

ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।


କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;


ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।


ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”


ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।


କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”


ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।


Swiv nou:

Piblisite


Piblisite