Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ଵାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ଵାସ କଅଣ ତାହାର ପରିତ୍ରାଣ କରି ପାରେ?

Gade chapit la Kopi

ଓଡିଆ ବାଇବେଲ

14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଭାଇମାନେ, କେହି ଯଦି କହେ, ତାହାର ବିଶ୍ୱାସ ଅଛି, ଅଥଚ କର୍ମରେ ତାହା ଦେଖାଏ ନାହିଁ, ତେବେ ତା’ କଥାର କି ମୂଲ୍ୟ ଅଛି? ସେହି ପ୍ରକାର ବିଶ୍ୱାସ ତାକୁ ପରିତ୍ରାଣ ଦେଇପାର କି?

Gade chapit la Kopi

ପବିତ୍ର ବାଇବଲ

14 ମୋ’ ଭାଇ ଓ ଭଉଣୀମାନେ! ଯଦି ଜଣେ କୁହେ, ଯେ, ସେ ଜଣେ ବିଶ୍ୱାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା'ହେଲେ ତାହାର ବିଶ୍ୱାସ ମୂଲ୍ୟହୀନ। କ’ଣ ଏହିଭଳି ବିଶ୍ୱାସ ତାହାକୁ ରକ୍ଷା କରି ପାରିବ? ନା!

Gade chapit la Kopi




ଯାକୁବଙ୍କ ପତ୍ର 2:14
31 Referans Kwoze  

କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”


ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।


ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ,


କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।


ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‌ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।


ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।


ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।


ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।


ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ।


ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।


ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।


Swiv nou:

Piblisite


Piblisite