Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛିହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?

Gade chapit la Kopi

ଓଡିଆ ବାଇବେଲ

16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ ?

Gade chapit la Kopi

ପବିତ୍ର ବାଇବଲ

16 ଏବଂ ତୁମ୍ଭେ ତାହାକୁ କହୁଛ, “ପରମେଶ୍ୱର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।” ତୁମ୍ଭେ ଏଗୁଡ଼ିକ ବିଷୟରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ୟକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାଯ୍ୟ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ୟହୀନ ଅଟେ।

Gade chapit la Kopi




ଯାକୁବଙ୍କ ପତ୍ର 2:16
11 Referans Kwoze  

ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।


ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”


କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;


ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।


ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”


Swiv nou:

Piblisite


Piblisite