Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଦୂତମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ସେହିପରି ବେଶ୍ୟା ରାହାବ ମଧ୍ୟ କର୍ମ ଦ୍ୱାରା ଧାର୍ମିକ ବିବେଚିତ ହୋଇଥିଲେ। ସେ ଇଶ୍ରାଏଲୀୟ ଗୁକ୍ତଚରମାନଙ୍କୁ ଆଶ୍ରୟ ଦେଇଥିଲେ ଏବଂ ଅନ୍ୟ ଏକ ପଥରେ ପଳାୟନ କରିବାକୁ ସାହାଯ୍ୟ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

25 ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା।

Gade chapit la Kopi




ଯାକୁବଙ୍କ ପତ୍ର 2:25
15 Referans Kwoze  

ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।


ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।


ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।


ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।


ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,


ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;


କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।


ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।


ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।”


ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।


କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।


Swiv nou:

Piblisite


Piblisite