Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁ ମହତ୍ ନାମରେ ତୁମ୍ଭେମାନେ ଖ୍ୟାତ, ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?

Gade chapit la Kopi

ଓଡିଆ ବାଇବେଲ

7 ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କ'ଣ ସେହି ନାମର ନିନ୍ଦା କରନ୍ତି ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯେଉଁ ନମ ତୁମ୍ଭମାନଙ୍କୁ ପ୍ରଦତ୍ତ ହୋଇଛି, ସେମାନେ ସେହି ମହତ୍ ନାମର ନିନ୍ଦା କରନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ଏବଂ ଯେଉଁ ମହତ ନାମରେ ତୁମ୍ଭେମାନେ ନାମିତ ହୋଇଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସେମାନେ ତାହାଙ୍କର ନିନ୍ଦା କରନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 2:7
23 Referans Kwoze  

ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।


ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”


ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।


ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”


ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।


କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।


Swiv nou:

Piblisite


Piblisite