Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

10 ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେହି ଗୋଟିଏ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିସୃତ ହୁଏ। ଭାିମାନେ, ଏପରି ବୋ ଅନୁଚିତ।

Gade chapit la Kopi

ପବିତ୍ର ବାଇବଲ

10 ଗୁଣଗାନ ଓ ଅଭିଶାପ ସେହି ଗୋଟିଏ ମୁହଁରୁ ବାହାରେ! ମୋ’ ଭାଇ ଓ ଭଉଣୀମାନେ, ଏଭଳି ହେବା ଉଚିତ୍ ନୁହେଁ।

Gade chapit la Kopi




ଯାକୁବଙ୍କ ପତ୍ର 3:10
14 Referans Kwoze  

ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”


ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!


ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।


ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;


ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?


Swiv nou:

Piblisite


Piblisite