Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ଵାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ଯଦି ତୁମ ହୃଦୟରେ ଈର୍ଷା, ସ୍ୱାର୍ଥପରତା ଓ ତିକ୍ତ ଭାବ ରହିଛି, ନିଜ ବୁଦ୍ଧି ଓ ଜ୍ଞାନ ପାଇଁ ଦର୍ପ କରି ସତ୍ୟର ଅପଳାପ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ଯଦି ତୁମ୍ଭେ ନିହାତି ସ୍ୱାର୍ଥପର ଓ ତୁମ୍ଭ ହୃଦୟରେ ଈର୍ଷାଭାବ ଅଛି, ତା'ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କେବଳ ମିଛ, ଏବଂ ତାହା ସତ୍ୟକୁ ଘୋଡ଼ାଇ ଦିଏ।

Gade chapit la Kopi




ଯାକୁବଙ୍କ ପତ୍ର 3:14
42 Referans Kwoze  

କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।


ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;


ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,


ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,


ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?


ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।


ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।


କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରିପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି।


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?


କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,


ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;


ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।


କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।


ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।


ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।


କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।


ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।


ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।


ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍‍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।


Swiv nou:

Piblisite


Piblisite