Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଜିହ୍ଵାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ କେହି କେବେ ଜିହ୍ୱାକୁ ବଶ କରିପାରି ନାହିଁ। ତାହା ଅସତ୍ ଓ ଅଣାୟତ୍ତ; ମାରାତ୍ମକ ବିଷରେ ପରିପୂର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ କୌଣସି ମଣିଷ ଜିହ୍ୱାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷଯୁକ୍ତ ଘାତକ ଅଟେ।

Gade chapit la Kopi




ଯାକୁବଙ୍କ ପତ୍ର 3:8
13 Referans Kwoze  

ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,


ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା]


ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।


ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”


ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;


ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।


ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।


କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;


Swiv nou:

Piblisite


Piblisite