Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତଦ୍ଦ୍ଵାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ଦ୍ଵାରା ଈଶ୍ଵରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;

Gade chapit la Kopi

ଓଡିଆ ବାଇବେଲ

9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଆମେ ଜିହ୍ୱା ଦ୍ୱାରା ପ୍ରଭୁ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ। ପୁଣି ଏହି ଜିହ୍ୱା ଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ମଓ୍ୟ ଦେଉ।

Gade chapit la Kopi

ପବିତ୍ର ବାଇବଲ

9 ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା'ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ।

Gade chapit la Kopi




ଯାକୁବଙ୍କ ପତ୍ର 3:9
34 Referans Kwoze  

ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।


ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]


ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।


ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।


ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,


ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?”


ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;


ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ।


ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;


ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।


ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।


ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।


ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;


ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।


ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।


ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।


ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।


ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।


ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।


ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।


ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।


Swiv nou:

Piblisite


Piblisite