Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପ୍ର୍ରଭୁଙ୍କ ସମ୍ମୁଖରେ ଅବନତ ହୁଅ। ସେ ତୁମକୁ ଉନ୍ନତ କରିବେ।

Gade chapit la Kopi

ପବିତ୍ର ବାଇବଲ

10 ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।

Gade chapit la Kopi




ଯାକୁବଙ୍କ ପତ୍ର 4:10
19 Referans Kwoze  

ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।


ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”


ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।


ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,


ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।


ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।


ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।


Swiv nou:

Piblisite


Piblisite