Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ ଯେ ଭାଇର ଗ୍ଳାନି କରେ କିମ୍ଵା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।

Gade chapit la Kopi

ଓଡିଆ ବାଇବେଲ

11 ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ମୋଶାଙ୍କ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ମୋଶାଙ୍କ ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଭାଇମାନେ, ପରସ୍ପରକୁ ସମାଲୋଚନା କର ନାହିଁ। ବିଶ୍ୱାସୀ ଭାଇର ବିଚାର କର ଯିଏ ତାହାର ଗ୍ଳାନ କରେ, ସେ ବ୍ୟବସ୍ଥା ବିଚାର କର, ତେବେ ତୁମ୍ଭେମାନେ ତାହା ପାଳନ କରୁନାହିଁ, ବରଂ ତାହାର ବଚାରକ ହେଉଛ।

Gade chapit la Kopi

ପବିତ୍ର ବାଇବଲ

11 ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା'ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ।

Gade chapit la Kopi




ଯାକୁବଙ୍କ ପତ୍ର 4:11
24 Referans Kwoze  

ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।


“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।


ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,


ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।


ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।


କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।


କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।


ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;


ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।


ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।


Swiv nou:

Piblisite


Piblisite