Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି ପ୍ରଭୁଙ୍କ ଶେଷ କାର୍ଯ୍ୟ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ । ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେମାନଙ୍କ ସହିଷ୍ଣୁତା ଯୋଗୁଁ ଆମେ ସେମାନଙ୍କ ଧନ୍ୟ ବୋଲି କହିଥାଉଁ। ତୁମେ ଆୟୁବଙ୍କ ଧୈର୍ଯ୍ୟ ବିଷୟ ଶୁଣିଛ ଏବଂ ପରିଶେଷରେ ପ୍ରଭୁ କିପରି ତାଙ୍କୁ ଆର୍ଶୀବାଦ କରିଥିଲେ, ତାହା ଜାଣିଛ। କାରଣ ପ୍ରଭୁ ଦୟା ଓ ଅନୁକମ୍ପାରେ ପୂର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ

11 ଆମ୍ଭେ କହୁଛୁ ଯେ, ଯେଉଁମାନେ ସେମାନଙ୍କର ଅସୁବିଧାଗୁଡ଼ିକୁ ଧୈର୍ଯ୍ୟର ସହିତ ଗ୍ରହଣ କଲେ, ସେମାନେ ବର୍ତ୍ତମାନ ଖୁସୀରେ ଅଛନ୍ତି। ତୁମ୍ଭେମାନେ ଆୟୁବଙ୍କର ଧୈର୍ଯ୍ୟ କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହୋଇ ସାରିଲା ପରେ ପରମେଶ୍ୱର ତାହାଙ୍କୁ ସାହାଯ୍ୟ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣାରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 5:11
53 Referans Kwoze  

ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।


ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”


ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।


ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।


‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’


ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।


ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।


ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।


ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।


ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।


ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।


ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,


ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।


ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।


ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।


ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ।


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”


ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ


ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।


ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।


ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।


ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।


ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,


ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।


Swiv nou:

Piblisite


Piblisite