Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ବିଶ୍ଵାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି ପ୍ରଭୁ ତାହାକୁ ଉଠାଇବେ; ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।

Gade chapit la Kopi

ଓଡିଆ ବାଇବେଲ

15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏଭଳି ବିଶ୍ୱାସପୂର୍ଣ୍ଣ ପ୍ରାର୍ଥନା ପୀଡ଼ିତକୁ ସୁସ୍ଥ କରିବ। ପଭୁ ତାକୁ ଆରୋଗ୍ୟ କରିବେ ଓ ଯଦି ସେ ପାପ କରିଥାଏ, ତାକୁ କ୍ଷମା କରିବେ।

Gade chapit la Kopi

ପବିତ୍ର ବାଇବଲ

15 ବିଶ୍ୱାସରେ କରାଯାଇଥିବା ସେହି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦେବ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତେବେ ପରମେଶ୍ୱର ତାହାକୁ କ୍ଷମା କରିବେ।

Gade chapit la Kopi




ଯାକୁବଙ୍କ ପତ୍ର 5:15
18 Referans Kwoze  

ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।


ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।


ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ ଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।


କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।


କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।


ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।


Swiv nou:

Piblisite


Piblisite