Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକା; ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;

Gade chapit la Kopi

ଓଡିଆ ବାଇବେଲ

17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏଲିୟ ଆମ ପରି ମନୁଷ୍ୟ ଥିଲେ। ବର୍ଷା ନ ହେଉ ବୋଲି ସେ ଏକଗ୍ରା ଚିତ୍ତରେ ପ୍ରାର୍ଥନା କରିଥିଲେ, ସାଢ଼େ ତିନି ବର୍ଷ ଯାଏ ବର୍ଷା ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହେବା ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ

Gade chapit la Kopi




ଯାକୁବଙ୍କ ପତ୍ର 5:17
7 Referans Kwoze  

ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;


ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।


ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ।


ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,


Swiv nou:

Piblisite


Piblisite