Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯିହୋଶୂୟଙ୍କର ମୃତ୍ୟୁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, କିଣାନୀୟ- ମାନଙ୍କ ପ୍ରତିକୂଳରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?

Gade chapit la Kopi

ଓଡିଆ ବାଇବେଲ

1 ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ ?”

Gade chapit la Kopi

ପବିତ୍ର ବାଇବଲ

1 ଯିହୋଶୂୟଙ୍କର ମୃତ୍ୟୁପରେ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ସେମାନେ ସଦାପ୍ରଭୁଙ୍କର ଆଦେଶ ମାଗିଲେ, ପ୍ରଥମେ କେଉଁ ପରିବାରବର୍ଗର ଲୋକମାନେ କିଣାନୀୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବେ?”

Gade chapit la Kopi




ବିଚାରକର୍ତ୍ତା 1:1
17 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”


ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍‍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।


ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।


ଏହେତୁ ଯିହୋଶୂୟ ମରଣକାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;


ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି


ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।


ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।


ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”


ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।


ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”


ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”


Swiv nou:

Piblisite


Piblisite