Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ; କିଣାନୀୟ ଓ ପିରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ଯିହୁଦାର ଲୋକମାନେ ଆକ୍ରମଣ କରିବାକୁ ଗଲେ। କିଣାନୀୟ ଓ ପିରିଷୀୟମାନଙ୍କୁ ସଦାପ୍ରଭୁ ଯିହୁଦାର ଲୋକମାନଙ୍କୁ ସମର୍ପଣ କଲେ। ଏବଂ ଯିହୁଦାର ଲୋକମାନେ 10,000 ଲୋକଙ୍କୁ ବେଷକରେ ହତ୍ୟା କଲେ।

Gade chapit la Kopi




ବିଚାରକର୍ତ୍ତା 1:4
17 Referans Kwoze  

ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।


ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”


ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”


ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।”


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।


ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।


ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, “ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା।” ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।


ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।


ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।


ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।


ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite