Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଓ ତାହାର ହସ୍ତପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।

Gade chapit la Kopi

ପବିତ୍ର ବାଇବଲ

6 ବେଷକର ଶାସକ ଖସି ପଳାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ ଯିହୁଦାର ଲୋକମାନେ ତାଙ୍କୁ ଗୋଡ଼େଇଲେ ଏବଂ ତାଙ୍କୁ ଧରି ଥିଲେ। ଯେତେବେଳେ ସେମାନେ ତାଙ୍କୁ ଧରିଲେ, ସେମାନେ ତାଙ୍କର ବୁଢ଼ା ଅଙ୍ଗୁଳିକୁ ଏବଂ ପାଦର ବୁଢ଼ା ଅଙ୍ଗୁଳିକୁ କାଟି ନେଇଥିଲେ।

Gade chapit la Kopi




ବିଚାରକର୍ତ୍ତା 1:6
12 Referans Kwoze  

ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।


ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”


ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,


ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।”


ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।


ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।


ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।


ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


Swiv nou:

Piblisite


Piblisite