Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, “ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋର ସହିତ ତୁମ୍ଭର ବିଷୟ କି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ ?

Gade chapit la Kopi

ପବିତ୍ର ବାଇବଲ

12 ଯିପ୍ତହ ଅମ୍ମୋନୀୟର ରାଜାଙ୍କ ନିକଟକୁ ଦୂତ ପଠାଇ କହିଲେ, “ଅମ୍ମୋନୀୟ ଓ ଇସ୍ରାଏଲୀୟ ମଧ୍ୟରେ ସମସ୍ୟା କ’ଣ? କାହିଁକି ତୁମ୍ଭେମାନେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଆସିଅଛ?”

Gade chapit la Kopi




ବିଚାରକର୍ତ୍ତା 11:12
11 Referans Kwoze  

ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,


ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;


ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?


ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।


ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”


ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।


Swiv nou:

Piblisite


Piblisite