Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।

Gade chapit la Kopi

ପବିତ୍ର ବାଇବଲ

1 ଇଫ୍ରୟିମ ପରିବାରବର୍ଗ ସେମାନଙ୍କର ସୈନ୍ୟମାନଙ୍କୁ ଡାକି ଏକତ୍ରିତ କଲେ। ଏହା ପରେ ସେମାନେ ସିଫନ୍ ସହରକୁ ନଦୀ ପାରହୋଇ ଗଲେ। ସେମାନେ ଯିପ୍ତହକୁ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ, ତୁମ୍ଭେ ଆମ୍ଭକୁ କାହିଁକି ଡାକିଲ ନାହିଁ? ଆମ୍ଭେ ତୁମ୍ଭ ସହିତ ତୁମ୍ଭ ଘରକୁ ପୋଡ଼ିଦେବୁ।”

Gade chapit la Kopi




ବିଚାରକର୍ତ୍ତା 12:1
14 Referans Kwoze  

ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।


କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।


ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, “ଏହା କିଏ କରିଅଛି?” ତହିଁରେ ଲୋକମାନେ କହିଲେ, “ତିମ୍ନୀୟର ଜୁଆଁଇ ଶାମ୍‍ଶୋନ୍‍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା।” ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।


ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା।


ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।


ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।


ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।


Swiv nou:

Piblisite


Piblisite