Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।

Gade chapit la Kopi

ଓଡିଆ ବାଇବେଲ

22 ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।

Gade chapit la Kopi

ପବିତ୍ର ବାଇବଲ

22 ମାନୋହ ତାଙ୍କ ସ୍ତ୍ରୀଙ୍କୁ କହିଲା, “ଆମ୍ଭେ ପରମେଶ୍ୱରଙ୍କର ଦର୍ଶନ ପାଇଲୁ। ଆମ୍ଭେ ନିଶ୍ଚିତ ମରିବା!”

Gade chapit la Kopi




ବିଚାରକର୍ତ୍ତା 13:22
11 Referans Kwoze  

କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?


ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋʼ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି। ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”


ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”


ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


ତେବେ ମୋଶା, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।


ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।


Swiv nou:

Piblisite


Piblisite