Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।

Gade chapit la Kopi

ପବିତ୍ର ବାଇବଲ

5 କାରଣ ତୁମ୍ଭେ ଗର୍ଭବତୀ, ଏବଂ ତୁମ୍ଭେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେବା ପାଇଁ ଯାଉଛ। ତା'ର ମସ୍ତକରେ କ୍ଷୁର ଲାଗିବ ନାହିଁ। ସେ ଗର୍ଭରେ ଥିବା ସମୟରୁ ନାସରୀୟରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗିତ ହୋଇଅଛି। ସେ ପଲେଷ୍ଟୀୟମାନଙ୍କ କବଳରୁ ଇସ୍ରାଏଲକୁ ଉଦ୍ଧାର କରିବ।”

Gade chapit la Kopi




ବିଚାରକର୍ତ୍ତା 13:5
9 Referans Kwoze  

ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।


ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”


ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।


ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।


ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।


ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,


ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”


ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”


Swiv nou:

Piblisite


Piblisite