Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ଵାମୀକି କହିଲା, ପରମେଶ୍ଵରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ଵରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

6 ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;

Gade chapit la Kopi

ପବିତ୍ର ବାଇବଲ

6 ଏହା ପରେ ସେହି ସ୍ତ୍ରୀଲୋକଜଣକ ତା'ର ସ୍ୱାମୀକୁ କହିଲା ଯାହାସବୁ ଘଟିଗଲା। ସେ କହିଲା, “ପରମେଶ୍ୱରଙ୍କର ଜଣେ ଲୋକ ମୋ’ ନିକଟକୁ ଆସିଲେ ଯିଏ କି ପରମେଶ୍ୱରଙ୍କ ଦୂତପରି ଦେଖାଯାଉଥିଲେ। ସେ ଅତି ଭୟଙ୍କର ଦେଖାଯାଉଥିଲେ। ସେ କେଉଁଠୁ ଆସିଥିଲେ, ମୁଁ ତାଙ୍କୁ ପଗ୍ଭରି ପାରିଲି ନାହିଁ। କିମ୍ବା ସେ ତାଙ୍କର ନାମ ମୋତେ କହିଲେ ନାହିଁ।

Gade chapit la Kopi




ବିଚାରକର୍ତ୍ତା 13:6
29 Referans Kwoze  

ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”


ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।


ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।


ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।


ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।


ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;


ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”


ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।


କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।


ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”


ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ


ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”


ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”


ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।


ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।


ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।


ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”


ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”


Swiv nou:

Piblisite


Piblisite