Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ଶା‌ମ୍‌ଶୋନ୍ ସେହି ତିରିଶ୍ ଜଣ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଏକ ରହସ୍ୟାବୃତ ପ୍ରଶ୍ନ କହିବାକୁ ଗ୍ଭହେଁ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ। ତେବେ ତୁମ୍ଭମାନଙ୍କୁ ମୁଁ ତିରିଶ୍ ରେଶମବସ୍ତ୍ର ଓ ତିରିଶ୍ ଯୋଡ଼ା ପୋଷାକ ଦେବି।

Gade chapit la Kopi




ବିଚାରକର୍ତ୍ତା 14:12
22 Referans Kwoze  

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;


ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।


ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।


ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”


ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।


ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି।


ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,


ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,


ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,


‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।


ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;


ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”


ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।


ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ।


ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।


ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”


ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।


Swiv nou:

Piblisite


Piblisite