Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 14:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏ ଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜନ କଲା।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।

Gade chapit la Kopi

ପବିତ୍ର ବାଇବଲ

5 ଶା‌ମ୍‌ଶୋନ୍ ତାଙ୍କର ପିତାମାତାଙ୍କ ସହିତ ତିମ୍ନାକୁ ଗଲେ। ସେମାନେ ଦ୍ରାକ୍ଷାକ୍ଷେତ୍ର ନିକଟରେ ପହଞ୍ଚିଲା ମାତ୍ରେ ଏକ ଯୁବା ସିଂହ ଗର୍ଜନ କରି ଶା‌ମ୍‌ଶୋନ୍ ଉପରକୁ କୁଦା ମାରିଲା।

Gade chapit la Kopi




ବିଚାରକର୍ତ୍ତା 14:5
10 Referans Kwoze  

ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।


ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।


ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।


ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।


ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।


ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।


ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


Swiv nou:

Piblisite


Piblisite