Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କରନ୍ତେ, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ତାହା ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତଙ୍କୁ କହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଶା‌ମ୍‌ଶୋନ୍ ନିକଟକୁ ସଦାପ୍ରଭୁଙ୍କର ଆତ୍ମା ଆସିବା କ୍ଷଣି ସେ ଶକ୍ତିଶାଳୀ ହେବାକୁ ଲାଗିଲେ। ଏହା ପରେ ସେ ଖାଲି ହାତରେ ଛେଳି ଛୁଆକୁ ଚିରିଲା ପରି ସେହି ସିଂହକୁ ଚିରି ବିଦୀର୍ଣ୍ଣ କରି ପକାଇଲେ। ସେ କ’ଣ କରିଛନ୍ତି, ସେ ତାଙ୍କ ପିତାମାତାଙ୍କୁ ସେ ବିଷୟରେ କିଛି କହିଲେ ନାହିଁ।

Gade chapit la Kopi




ବିଚାରକର୍ତ୍ତା 14:6
21 Referans Kwoze  

ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।


ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।


ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ।


ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।


ପୁଣି ଶାମ୍‍ଶୋନ୍‍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।


ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।


ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।


ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।


ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,


ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।


ଏଥିଉତ୍ତାରେ ଶାମ୍‍ଶୋନ୍‍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।


ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।


ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।


ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ।” ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।


Swiv nou:

Piblisite


Piblisite