Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟ-ମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ସେମାନେ ଶା‌ମ୍‌ଶୋ‌ନଙ୍କୁ କହିଲେ, “ଆମ୍ଭେମାନେ ଆସିଛୁ ତୁମ୍ଭକୁ ବାନ୍ଧି ପଲେଷ୍ଟୀୟମାନଙ୍କୁ ଦେବୁ।” ଶା‌ମ୍‌ଶୋନ୍ ଯିହୁଦା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତିଜ୍ଞା କର ତୁମ୍ଭେମାନେ ମୋତେ ହତ କରିବ ନାହିଁ।”

Gade chapit la Kopi




ବିଚାରକର୍ତ୍ତା 15:12
7 Referans Kwoze  

ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।


ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।


ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।


ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।


ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।


ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, “ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ପୁଣି ସେ ସେମାନଙ୍କୁ କହିଲା, “ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।”


ପୁଣି ସେମାନେ ତାହାକୁ କହିଲେ, “ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ।” ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।


Swiv nou:

Piblisite


Piblisite