Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ ?

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ଦୟାକରି କୁହ କିଏ ତୁମ୍ଭକୁ ଶକ୍ତିଶାଳୀ କରୁଛି, କିପରି ଭାବରେ ଜଣେ ବ୍ୟକ୍ତି ତୁମ୍ଭକୁ ବାନ୍ଧି ପାରିବ?”

Gade chapit la Kopi




ବିଚାରକର୍ତ୍ତା 16:6
12 Referans Kwoze  

ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।


ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।


ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।


ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।


ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”


ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”


ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍‍ଶୋନ୍‍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।


ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।


Swiv nou:

Piblisite


Piblisite