Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, “ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ସେ ସେହି ଏଗାର ଶହ ଖଣ୍ତ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତା; ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।

Gade chapit la Kopi

ଓଡିଆ ବାଇବେଲ

3 ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।

Gade chapit la Kopi

ପବିତ୍ର ବାଇବଲ

3 ମୀଖା ସେହି 1,100 ଖଣ୍ତ ରୂପା ତା'ର ମା’କୁ ଫେରାଇ ଦେଲା। ଏହା ପରେ ତା'ର ମା ତାକୁ କହିଲେ, “ମୁଁ ସେହି ରୂପା ସଦାପ୍ରଭୁଙ୍କ ନିମନ୍ତେ ଏକ ବିଶେଷ ଉପହାର ରୂପେ ଅର୍ପଣ କରିବି। ମୁଁ ଏହା ମୋର ପୁତ୍ରକୁ ଦେବି, ଯାହାଫଳରେ ସେ ଏକ ମୂର୍ତ୍ତି କରି ତାକୁ ରୂପା ଆଚ୍ଛାଦନ କରି ପାରିବ। ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”

Gade chapit la Kopi




ବିଚାରକର୍ତ୍ତା 17:3
21 Referans Kwoze  

ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।


ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”


ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି।


ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।


ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।


ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”


ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।


ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।


ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।


“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।


ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;


Swiv nou:

Piblisite


Piblisite