Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।

Gade chapit la Kopi

ଓଡିଆ ବାଇବେଲ

6 ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।

Gade chapit la Kopi

ପବିତ୍ର ବାଇବଲ

6 ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲେ। ତେଣୁ ଯାହା ଦୃଷ୍ଟିରେ ଯାହା ଭଲ ଲାଗିଲା, ସେ ତାହା କଲା।

Gade chapit la Kopi




ବିଚାରକର୍ତ୍ତା 17:6
13 Referans Kwoze  

ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ।


ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।


ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।


ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।


ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।


ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।


ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।


ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।


ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”


ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”


ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।


ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।


Swiv nou:

Piblisite


Piblisite