Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ଵଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରୀୟ ଓ ଇଷ୍ଟାୟୋଲ୍ଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ଓଡିଆ ବାଇବେଲ

2 ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଏଣୁ ଦା‌ନ୍‌ର ପରିବାରବର୍ଗ ସେମାନଙ୍କ ପରିବାରବର୍ଗରୁ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରିୟ ଓ ଇଷ୍ଟାୟୋଲଠାରୁ ପଠାଇଲେ, ସେମାନେ ସେମାନଙ୍କୁ କହିଲେ, “ଯାଅ ଏବଂ ଆଉ କିଛି ଅଧିକ ଦେଶ ଅନୁସନ୍ଧାନ କର।” ସେହି ପାଞ୍ଚ ଜଣ ଇଫ୍ରୟିମ-ପର୍ବତମୟସ୍ଥ ଦେଶସ୍ଥିତ ମୀଖାର ଗୃହରେ ରାତ୍ରି ଯାପନ କଲେ।

Gade chapit la Kopi




ବିଚାରକର୍ତ୍ତା 18:2
20 Referans Kwoze  

ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।


ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”


ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;


କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?


ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।


ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।


ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।


ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।


ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।


ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍


ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”


ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା


ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।


ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”


ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।”


ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।


Swiv nou:

Piblisite


Piblisite