Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶା; ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ଵବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

7 ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କି ରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶରେ ପହଞ୍ଚିଲେ। ସେଠାରେ ସେମାନେ ଦେଖିଲେ, ସୀଦୋନୀୟମାନଙ୍କ ଶାସନରେ ଲୋକମାନେ କିପରି ନିରାପଦରେ ରହୁଥିଲେ। ସେହି ଦେଶରେ ଶାନ୍ତି ଥିଲା, ସେମାନଙ୍କର ସବୁକିଛି ଯଥେଷ୍ଟ ଥିଲା। ସେଠାରେ ଅତ୍ୟାଗ୍ଭରୀ ଶାସକ ନ ଥିଲେ। ଆଉ ସେମାନେ ସୀଦୋନଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।

Gade chapit la Kopi




ବିଚାରକର୍ତ୍ତା 18:7
13 Referans Kwoze  

ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍‍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।


କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,


ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।


ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।


ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”


ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”


ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍‍ ଥିଲା।


ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।


ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।


Swiv nou:

Piblisite


Piblisite