Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥ୍ଲିହିମ୍-ଯିହୁଦାରୁ ଏକ ଉପପନିୀ ଗ୍ରହଣ କଲା।

Gade chapit la Kopi

ଓଡିଆ ବାଇବେଲ

1 ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।

Gade chapit la Kopi

ପବିତ୍ର ବାଇବଲ

1 ସେହି ସମୟରେ ଇସ୍ରାଏଲୀୟମାନଙ୍କର କେହି ରାଜା ନ ଥିଲେ। ଇଫ୍ରୟିମ ପର୍ବତମୟ ଦେଶର ବହୁ ଦୂରରେ ଜଣେ ଲେବୀୟ ବ୍ୟକ୍ତି ବାସ କରୁଥିଲେ। ଯିହୁଦାର ବୈ‌ଥ୍‌ଲେହମର ତାଙ୍କର ଜଣେ ଦାସୀ ଥିଲା।

Gade chapit la Kopi




ବିଚାରକର୍ତ୍ତା 19:1
29 Referans Kwoze  

ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।


ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍‍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।


“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”


ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।


ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।


ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।


ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।


ତହିଁରେ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।


ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।


ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।


ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।


ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।


ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।


ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;


ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା।


ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।


ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍‍ବୋଶତ ଅବ୍‍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”


ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।


ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।


ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।


ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରିଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।


ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।


ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।


ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।


ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।


ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।


Swiv nou:

Piblisite


Piblisite