Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ତାଙ୍କର ମୁନିବ ଲେବୀୟ ଲୋକଜଣକ ତାଙ୍କୁ କହିଲେ, “ନା, ଆମ୍ଭେ ଏହି ବିଚିତ୍ର ନଗରରେ ରହିବା ନାହିଁ। ସେହି ଲୋକମାନେ ଇସ୍ରାଏଲୀୟ ନୁହନ୍ତି। ଆମ୍ଭେମାନେ ଗିବିୟାକୁ ଯିବା।”

Gade chapit la Kopi




ବିଚାରକର୍ତ୍ତା 19:12
9 Referans Kwoze  

ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।”


ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।”


ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


ଗିବୀୟୋନ୍‍ ଓ ରାମା ଓ ବେରୋତ


ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।


ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।


ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।


ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।


ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,


Swiv nou:

Piblisite


Piblisite