Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ

16 ସେତେବେଳେ ଦେଖନ୍ତି ତ ଜଣେ ବୃଦ୍ଧ ସନ୍ଧ୍ୟାକାଳେ ନିଜର କ୍ଷେତ୍ରରୁ ସ୍ୱକର୍ମସାରି ଫେରୁଥିଲା। ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବିୟାରେ ପ୍ରବାସ କରୁଥିଲା। ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ।

Gade chapit la Kopi




ବିଚାରକର୍ତ୍ତା 19:16
16 Referans Kwoze  

ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ।


ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।


କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।


ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।


ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।


ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।


ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।


ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।


ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।


କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।


ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା।


ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।


ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?”


ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


Swiv nou:

Piblisite


Piblisite