Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ଲେବୀୟ ଲୋକ ଏବଂ ତାଙ୍କ ଶ୍ୱଶୁର ଏକ ସାଙ୍ଗରେ ଖିଆପିଆ କଲେ। ଏହା ପରେ ସେହି ଯୁବତୀର ପିତା ତାଙ୍କୁ କହିଲେ, “ଦୟାକରି ଆଜି ରାତ୍ରି ଏହିଠାରେ ରହିଯାଅ ଏବଂ ନିଜକୁ ଉପଭୋଗ କର।” ତେଣୁ ସେହି ଲୋକଦ୍ୱୟ ବସି ଭୋଜନ କଲେ।

Gade chapit la Kopi




ବିଚାରକର୍ତ୍ତା 19:6
15 Referans Kwoze  

ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, “ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।”


ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।


ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।


ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,


ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।


ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।


ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”


ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”


Swiv nou:

Piblisite


Piblisite