Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲ୍‍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁଙ୍କ ଦୂତ ଗିଲ୍ଗଲ୍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁଙ୍କର ଦୂତ ଗି‌‌ଲ୍‌‌ଗ‌‌ଲ୍‌‌ର ନଗରରୁ ବୋଖୀମକୁ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତ ଇସ୍ରାଏଲବାସୀଙ୍କୁ ନିମ୍ନଲିଖିତ ବାର୍ତ୍ତା ଦେଲେ, “ମୁଁ ତୁମ୍ଭମାନଙ୍କୁ ମିଶରରୁ ଆଣିଲି। ମୁଁ ଯେଉଁ ଭୂମି ତୁମ୍ଭଙ୍କୁ ଦେଲି, ତାହା ମୁଁ ତୁମ୍ଭର ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁଁ କହିଲି ଯେ, ମୁଁ ତୁମ୍ଭମାନଙ୍କ ସହିତ ଚୁକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।

Gade chapit la Kopi




ବିଚାରକର୍ତ୍ତା 2:1
41 Referans Kwoze  

ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‌ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି।


ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।


ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।


ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।


ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।


ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।


ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।


ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”


ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।


ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;


ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।


ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”


ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।


“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।


Swiv nou:

Piblisite


Piblisite