Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତୃଗଣଙ୍କୁ ଉତ୍ପନ୍ନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍‌ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ

16 ଏହା ପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କୁ ସେମାନଙ୍କ ଉପରେ ନିଯୁକ୍ତି କଲେ। ଏବଂ ସେହି ବିଗ୍ଭରକର୍ତ୍ତାଗଣ, ସେମାନଙ୍କର ଧନସମ୍ପତ୍ତି ଯେଉଁମାନେ ନେଇଥିଲେ, ସେହି ଶତ୍ରୁମାନଙ୍କ ହାତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi




ବିଚାରକର୍ତ୍ତା 2:16
14 Referans Kwoze  

ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।


ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍‍‍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।


ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।


ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।


ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”


ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।


ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।


ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।


ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।


ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।


ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।


କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।


Swiv nou:

Piblisite


Piblisite