Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ପନ୍ନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍‌ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।

Gade chapit la Kopi

ପବିତ୍ର ବାଇବଲ

18 ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କୁ ବାଛିଲେ, ସେ ତାଙ୍କ ସଙ୍ଗରେ ଥିଲେ ଓ ସେ ସେମାନଙ୍କ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ଯ୍ୟନ୍ତ ସେମାନଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ହେଲେ, ଯେତେବେଳେ ସେମାନେ ଦୁଃଖ ଓ ତାଡ଼ନାରେ ଆସକ୍ତ ଥିଲେ।

Gade chapit la Kopi




ବିଚାରକର୍ତ୍ତା 2:18
22 Referans Kwoze  

ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।


ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।


ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।


ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”


ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।


ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।


ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।


ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”


ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।”


ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite