Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ସେ ବିଚାରକର୍ତ୍ତାର ମୃତ୍ୟୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷା; ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ଏହା ପରେ ପ୍ରତ୍ୟେକ ବିଗ୍ଭରକର୍ତ୍ତାଙ୍କ ମୃତ୍ୟୁପରେ, ଇସ୍ରାଏଲର ଲୋକମାନେ ପୁଣି ଥରେ ଦୁର୍ନୀତିଗ୍ରସ୍ତ ହେଲେ। ସେମାନେ ସେମାନଙ୍କର ପୂର୍ବପୁରୁଷଙ୍କଠାରୁ ଅତି ମନ୍ଦ ବ୍ୟବହାର କଲେ। ସେମାନେ ମିଥ୍ୟାବାଦୀ ଦେବତାଙ୍କୁ ଅନୁସରଣ କଲେ ଓ ପୂଜା ଆରାଧନା କଲେ। ସେମାନେ ସେମାନଙ୍କର ମନ୍ଦ ବିଗ୍ଭର କିମ୍ବା ସେମାନଙ୍କର ଜି‌ଦ୍‌ଖୋର୍ ବଦଳାଇଲେ ନାହିଁ।

Gade chapit la Kopi




ବିଚାରକର୍ତ୍ତା 2:19
20 Referans Kwoze  

ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।


ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।


ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।


ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”


ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।


ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।


ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।


ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।


ଯେହେତୁ ମୋʼ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”


ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।


ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।


ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?


ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।


ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।


ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।


Swiv nou:

Piblisite


Piblisite