Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେମାନେ 100 ଜଣ ଲୋକମାନଙ୍କରୁ ଦଶ ଜଣଙ୍କୁ, 1,000 ଜଣରୁ 100 ଜଣଙ୍କୁ, ଆମ୍ଭର ସୈନ୍ୟବାହିନୀର ଖାଦ୍ୟ ସଂଗ୍ରହ କରିବାକୁ ମନୋନୀତ କଲୁ। ତେଣୁ ସୈନିକମାନେ ବିନ୍ୟାମୀନର ଗିଲିୟଦକୁ ଆକ୍ରମଣ କରିବେ। ସେମାନେ ସେହି ଲୋକମାନଙ୍କୁ ସେମାନଙ୍କର କୁକର୍ମ ଯୋଗୁଁ ଇସ୍ରାଏଲରେ ଦଣ୍ତ ଦେବେ।”

Gade chapit la Kopi




ବିଚାରକର୍ତ୍ତା 20:10
7 Referans Kwoze  

ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;


ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।


ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।


ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।”


ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।


ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।”


Swiv nou:

Piblisite


Piblisite