Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନୋହି ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନୋହି ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ଏହି ଲୋକମାନଙ୍କ ମଧ୍ୟରେ 700 ବଚ୍ଛା ଲୋକ ବାଁହାତିଆ ଥିଲେ। ଲକ୍ଷ୍ୟ ନ ହରାଇ ସେମାନେ ଗୋଟିଏ କେଶକୁ ମଧ୍ୟ ବାଟୁଳି ଦ୍ୱାରା ଲକ୍ଷ୍ୟଭେଦ କରି ପାରନ୍ତି।

Gade chapit la Kopi




ବିଚାରକର୍ତ୍ତା 20:16
7 Referans Kwoze  

ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।


ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।


ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।


ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।


ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।


ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।


Swiv nou:

Piblisite


Piblisite