Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପରମେଶ୍ଵରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ଼୍‍ଗଧାରୀ ପଦାତିକ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

2 ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

2 ଇସ୍ରାଏଲ ପରିବାରବର୍ଗର ସମସ୍ତ ଅଧିପତିମାନେ ସେଠାରେ ଏକତ୍ରିତ ହେଲେ। ପରମେଶ୍ୱରଙ୍କ ଲୋକଗଣ ସେହି ସମାଜରେ ରହିଲେ। ‌‌ଖ‌ଡ଼୍‌ଗଧାରୀ, ପଦାତିକ ଉପସ୍ଥିତ ଥିଲେ। ଏମାନେ ଥିଲେ 400,000।

Gade chapit la Kopi




ବିଚାରକର୍ତ୍ତା 20:2
9 Referans Kwoze  

ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।


ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।


ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।


ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।


ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।


(ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”


ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।


ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।


ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।


Swiv nou:

Piblisite


Piblisite