Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପନିୀକି ବଳାତ୍କାର କଲେ, ତହିଁରେ ସେ ମଲା।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ଗିବୀୟାର ଲୋକମାନେ ମୋ’ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ସେହି ରାତ୍ରିରେ ଗିବିୟାର ଅଧିପତି ସେଠାକୁ ଆସିଲେ। ଯେଉଁଠାରେ ମୁଁ ରହୁଥିଲି। ସେମାନେ ସେ ଗୃହକୁ ଘେରିଗଲେ। ଏବଂ ସେମାନେ ଗ୍ଭହିଁଲେ ମୋତେ ମାରିଦେବା ପାଇଁ ସେମାନେ ମୋର ଉପପତ୍ନୀଙ୍କୁ ଧର୍ଷଣ କଲେ। ଏବଂ ସେ ମରିଗଲା।

Gade chapit la Kopi




ବିଚାରକର୍ତ୍ତା 20:5
10 Referans Kwoze  

ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।


ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, “ମୁଁ ଓ ମୋର ଉପପତ୍ନୀ ରାତ୍ରି କ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।


ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।


ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।”


Swiv nou:

Piblisite


Piblisite