Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍‍ଗଧାରରେ ଆଘାତ କର।

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ଇସ୍ରାଏଲର ଲୋକମାନେ 12,000 ସାହସୀ ସୈନ୍ୟମାନଙ୍କୁ ଯାବେଶ୍ ଗିଲିୟଦକୁ ପଠାଇଲେ। ସେମାନେ ସେହି ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ୍ ଗିଲିୟଦକୁ ଯାଅ ସେଠାକାର ସମସ୍ତ ପୁରୁଷ, ସ୍ତ୍ରୀ ଓ ପିଲାମାନଙ୍କୁ ହତ୍ୟା କର।

Gade chapit la Kopi




ବିଚାରକର୍ତ୍ତା 21:10
9 Referans Kwoze  

ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, “ଯେକେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍‍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ।” ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।


ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।


ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍‍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍‍ ଉପତ୍ୟକାକୁ ଆଣିଲେ।


ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;


ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।


ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।


କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।


Swiv nou:

Piblisite


Piblisite