Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ପ୍ରତିକୂଳରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ଇସ୍ରାଏଲର ଲୋକମାନେ ସେହିସବୁ କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି କହିଥିଲେ। ତେଣୁ ସଦାପ୍ରଭୁ ଇଗ୍ଲୋନ, ମୋୟାବର ରାଜା ଶକ୍ତିଶାଳୀ ଇସ୍ରାଏଲର ଲୋକମାନଙ୍କୁ ହରାଇବାକୁ ପ୍ରସ୍ତୁତ କଲେ।

Gade chapit la Kopi




ବିଚାରକର୍ତ୍ତା 3:12
15 Referans Kwoze  

ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।


ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।


ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”


ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।


ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।


କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?


ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।


Swiv nou:

Piblisite


Piblisite