Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ଏହୂଦ୍ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ଵିଧାର ଖଡ଼୍‍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।

Gade chapit la Kopi

ପବିତ୍ର ବାଇବଲ

16 ଏହୂଦ ତାଙ୍କ ପାଇଁ ଏକ ଖଣ୍ତା ନିର୍ମାଣ କଲେ। ଯାହାର ଦୈର୍ଘ୍ୟ ଥିଲା ଅଠର ଇଞ୍ଚ ଲମ୍ବା ଏବଂ ଦ୍ୱିଧାର ବିଶିଷ୍ଟ ଥିଲା। ଏହାକୁ ତାଙ୍କର ଦକ୍ଷିଣ ଜଂଘରେ ବସ୍ତ୍ର ଭିତରେ ବାନ୍ଧି ରଖିଲେ।

Gade chapit la Kopi




ବିଚାରକର୍ତ୍ତା 3:16
10 Referans Kwoze  

“ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ସେ ଏହା କହନ୍ତି,


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।


କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।


ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।


ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।


ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;


ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।


ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।


ସେମାନେ ଗିବୀୟୋନ୍‍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।


Swiv nou:

Piblisite


Piblisite